କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ କିମ୍ବା ବଡ଼ ମେଡିକାଲ ପର୍ଯ୍ୟନ୍ତ ମେଟ୍ରୋ ନେବାକୁ ଯୋଜନା କରାଯାଉଛି । ନୂଆ କମିଟି ଗଠନ କରାଯାଇ ଅନୁଧ୍ୟାନ କରାଯାଉଛି ।  ଖୁବ୍ ଶୀଘ୍ର ନୂଆ ଡିପିଆର ଆସିବ । କେବଳ ରାଜ୍ୟ ସରକାର ନୁହେଁ କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ଲୋକଙ୍କ ସୁବିଧା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଗୃହ ଓ ନଗରମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ।

 

ଆହୁରି ପଢ଼ନ୍ତୁ : ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଠାରୁ ନେଉଥିଲେ ଲାଞ୍ଚ