ପୁଣି ପ୍ରବାସୀ ଓଡ଼ିଆଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ, ଚାଳକ ମୃତ ୧୦ ଆହତ

ଟାଙ୍ଗୀ/ବାଙ୍କୀ (କେନ୍ୟୁଜ) : ପୁଣି ପ୍ରବାସୀ ଓଡ଼ିଆଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ। ହାଇଦ୍ରାବାଦରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଫେରୁଥିବା ବସ୍ ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବସ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ସାମାନ୍ୟ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ ହାଇଦ୍ରାବାଦରୁ ରାତି ୧୦ଟାରେ ୪୦ ଜଣ ଶ୍ରମିକଙ୍କୁ ଓଡିଶା ବାଙ୍କୀ ଅଭିମୁଖେ ବାହାରିଥିଲା ବସ୍। ଖୋର୍ଦ୍ଧା ଜିଲ୍ଲା କୁହୁଡ଼ି ନିକଟରେ ଅଞ୍ଚଳରେ ବସଟି ଏକ ଫଳ ବୋଝେଇ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ବସର ସାମ୍ନା ପଟ ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.