ଲୋକସେବା ଭବନରେ ପୁଷ୍ଟିଶସ୍ୟଭିତ୍ତିକ ଖାଦ୍ୟକୁ ମିଳିବ ବ୍ୟାପକ ପ୍ରୋତ୍ସାହନ, ଖୋଲିବ’ମିଲେଟ୍ ଶକ୍ତି କାଫେ’

ଭବନକୁ ଆସୁଥିବା କର୍ମଚାରୀ ଏବଂ ପରିଦର୍ଶକଙ୍କ ମଧ୍ୟରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ହେବ । ଏହି କାର୍ଯ୍ୟକ୍ରମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦଘାଟନ କରିବା ନେଇ ଯୋଜନା ରହିଛି ।

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ଅକ୍ଷୟ ତୃତୀୟାର ଶୁଭ ଅବସରରେ ଲୋକସେବା ଭବନ ପରିସରରେ ଖୋଲିବାକୁ ଯାଉଛି ‘ମିଲେଟ୍ ଶକ୍ତି କାଫେ’। ଭବନକୁ ଆସୁଥିବା କର୍ମଚାରୀ ଏବଂ ପରିଦର୍ଶକଙ୍କ ମଧ୍ୟରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ହେବ । ଏହି କାର୍ଯ୍ୟକ୍ରମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦଘାଟନ କରିବା ନେଇ ଯୋଜନା ରହିଛି । ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟକୁ ଅଧିକରୁ ଅଧିକ ବ୍ୟାପକ କରିବା ପାଇଁ ଓଡ଼ିଶା ମିଲେଟ୍ସ ମିଶନ ତରଫରୁ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ, କେନ୍ଦୁଝର, ପୁରୀ ଗୋଲ୍ଡେନ ବିଚ୍ ଏବଂ କଟକ ବାରବାଟୀ ପ୍ୟାଲେସଠାରେ ମିଲେଟ୍ ଶକ୍ତି କାଫେ ଖୋଲାଯାଇଛି ।

ଏହାର ଚାହିଦାକୁ ଦୃଷ୍ଟିରେ ରଖି ଏବେ ଭୁବନେଶ୍ୱରର ଲୋକସେବା ଭବନ ପରିସରରେ ଆଉ ଏକ ମିଲେଟ୍ ଶକ୍ତି କାଫେ ସ୍ଥାନ ପାଇବ । ଯେଉଁଠାରେ ପୁଷ୍ଟିଶସ୍ୟ ଭିତ୍ତିକ ଖାଦ୍ୟ ଉପଲବ୍ଧ ହେବ । ପୁଷ୍ଟିଶସ୍ୟର ବ୍ୟାପକ ପ୍ରଚାର ଏବଂ ଜନସଚେତନତା ଦିଗରେ ବିଶେଷ ଗୁରୁତ୍ବ ଦିଆଯିବା ସହ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ମଧ୍ୟ ଏଥିରୁ ବେଶ୍ ଉପକୃତ ହୋଇପାରିବେ ।

Leave A Reply

Your email address will not be published.