ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ପଞ୍ଚାୟତରାଜ ମନ୍ତ୍ରୀ

କନ୍ଧମାଳ (କେନ୍ୟୁଜ୍): ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଗଲେ ମନ୍ତ୍ରୀ । ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ ଏହି ଭଲି ଦୁର୍ଘଟଣା ଘଟିଛି । କନ୍ଧମାଳ ଜିଲ୍ଲା ଭେଟ୍‌ କୋଲ୍‌ ଘାଟି ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ । ହେଲେ ଭେଟ୍‌ କୋଲ୍‌ ଘାଟି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଗାଡ଼ି ରାସ୍ତା କଡ଼କୁ ଖସିଯାଇଥିଲା । ମନ୍ତ୍ରୀ ପ୍ରତାପ ଜେନା ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିଲେ । ଏବେ ଯାଏଁ ଦୁର୍ଘଟଣାରେ କାହାର କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.