ସୁନା କିଣୁଥିଲେ ସାବଧାନ, ଓଜନ ମାପରେ ଠକୁଛନ୍ତି ଦୋକାନୀ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ସୁନା କିଣୁଥିଲେ ସାବଧାନ, ଓଜନ ମାପରେ ଠକୁଛନ୍ତି ଦୋକାନୀ । ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି । ୪ ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି ।
ସେହିପରି ୮ ଜଣ ବଡ଼ ବ୍ୟବସାୟୀ ନକଲି ହଲମାର୍କରେ ସୁନା ବିକ୍ରି କରୁଥିବା ଅଭିଯୋଗରେ ଧରାପଡିବା ପରେ ୭ ଜଣଙ୍କ ଲାଇସେନ୍ସ ବାତିଲ ଓ ଜଣଙ୍କ ବିରୁଦ୍ଧରେ ମାମଲା ରୁଜ୍ଜୁ କରାଯାଇଛି। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
Also read: ୨୦ରୁ ୨୩ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଅର୍ଦ୍ଧାଧିକ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା