Below header

ରାଜ୍ୟରେ ପାୱାର କଟ ହେଉନାହିଁ, ଓଭର ଲୋଡିଂ ପାଇଁ ଲାଇନ ଟ୍ରିପ ହେଉଛି

ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଗୋଟେ ଥର ଲାଇନ ଟ୍ରିପ କରିଗଲେ ୬ ରୁ ୭ ଘଣ୍ଟା ଲାଗୁଛି ତାକୁ ଠିକ କରିବା ପାଇଁ । ଆଉ ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ ନେଉଛି। କେମିତି ନିରବଛିନ୍ନ ବିଜୁଳି ଯୋଗାଇ ଦେଇ ପାରିବୁ ଆମେ ଆମ ସମସ୍ତଙ୍କ ତରଫରୁ ଚେଷ୍ଟା କରୁଛୁ ।

କେନ୍ୟୁଜ୍ (ବ୍ୟୁରୋ): ରାଜ୍ୟରେ ପାୱାର କଟହେଉନାହିଁ ଓଭର ଲୋଡିଂ ପାଇଁ ପାୱାର ଲାଇନ ଟ୍ରିପ କରିଯାଉଛି।  ରାଜ୍ୟରେ ଇଲେକ୍ଟ୍ରିସିଟ ସପ୍ଲାଏ ର କୌଣସି ଅଭାବ ନାହିଁ । ଅନେକ ଜାଗାରେ ଓଭର ଲୋଡିଂ ଦ୍ୱାରା ପାୱାର ଲାଇନ ଟ୍ରିପ ହେଇ ଯାଉଛି । ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଗୋଟେ ଥର ଲାଇନ ଟ୍ରିପ କରିଗଲେ ୬ ରୁ ୭ ଘଣ୍ଟା ଲାଗୁଛି ତାକୁ ଠିକ କରିବା ପାଇଁ । ଆଉ ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ ନେଉଛି। କେମିତି ନିରବଛିନ୍ନ ବିଜୁଳି ଯୋଗାଇ ଦେଇ ପାରିବୁ ଆମେ ଆମ ସମସ୍ତଙ୍କ ତରଫରୁ ଚେଷ୍ଟା କରୁଛୁ ।ଯେଉଁଠି ଲାଇନ କଟି ଯାଇଛି, ତାର ଛିଣ୍ଡି ଯାଇଛି କି ଟ୍ରାନ୍ସଫର୍ମର ପୋଡି ଯାଇଛି ଯଦି ସେଠି ଲୋକେ କହିବା ପରେ ବି କେହି ଅଧିକାରୀ ଯାଉ ନାହାନ୍ତି ସେଥିପାଇଁ ଆମେ ଦୁଇ ଦିନ ତଳେ ସବୁ ଅଧିକାରୀଙ୍କୁ ଡାକି ତାଗିଦ କରିଛୁ  ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ।

ଲୋ-ଭୋଲଟେଜ ନେଇ ଯେଉଁ ଅଭିଯୋଗ ଆସୁଛି ସିଧା କଥା କହିବାକୁ ଗଲେ ଟେକ୍ନିକାଲ ତ୍ରୁଟି ରହିଛି । ଯେଉଁଠି ଲାଇନ ଦୂର ବାଟ ରେ ଅଛି, ଟ୍ରାନ୍ସମଫର କାପାସିଟ ଓଭର ଲୋଡ ଅଛି ସେଠି ଲୋ-ଭୋଲଟେଜ ହେବ । ପିକ ପିରିୟଡ଼ରେ ରାଜ୍ୟରେ ୫ ହଜାର ୬୦୦ ମେଗାୱାଟର ବିଜୁଳିର ଆବଶ୍ୟକତା ରହୁଛି । ଗତ ବର୍ଷ ଏହା ୫ ହଜାର ୫୦୦ ମେଗାୱାଟ ରହିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.