Categories: ରାଜ୍ୟ

ତିତ୍‌ଲି ପାଇଁ ତିନି ଜଣିଆ ମନ୍ତ୍ରିସ୍ତରୀୟ କମିଟି ଗଠନ

ତିତ୍‌ଲି ପାଇଁ ମନ୍ତ୍ରିସ୍ତରୀୟ କମିଟି ଗଠନ । ତିନି ଜଣିଆ କମିଟି ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କମିଟିରେ ସଦସ୍ୟ ଅଛନ୍ତି ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି, ଜଳସମ୍ପଦ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ଶକ୍ତି ମନ୍ତ୍ରୀ ସୁଶାନ୍ତ ସିଂ । ଏହି କମିଟି ଜରୁରିକାଳୀନ ଭିତ୍ତିରେ ବାତ୍ୟା ତିତ୍‌ଲି ଓ ବନ୍ୟା ପ୍ରବାବିତ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲା ଗସ୍ତ କରିବ । ଏଥିପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଅଞ୍ଚଳରେ କେମିତି ଉଦ୍ଧାର ଓ ପୁନରୁଦ୍ଧାର କାର‌୍ୟ୍ୟ ଚାଲିଛି, ତାର ପରିଚାଳନା ଓ ଅନୁଧ୍ୟାନ କରିବ ମନ୍ତ୍ରିସ୍ତରୀୟ କମିଟି । ତିତ୍‌ଲି ପ୍ରଭାବରେ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି ।

ଆଜି ଏସବୁ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିନିଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ନିଜ ନିଜ ଜିଲ୍ଲାର ବର୍ତ୍ତମାନ ପରିସ୍ଥିତି ଓ ଏହାର ମୁକାବିଲା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଜିଲ୍ଲାପାଳ । ପ୍ରଭାବିତ ଅଞ୍ଚଳରେ ରାସ୍ତାଘାଟ ସଫେଇ ଓ ପୁନରୁଦ୍ଧାର କାର‌୍ୟ୍ୟକୁ ତ୍ୱରିତ କରିବା ସହ, ବିପନ୍ନଙ୍କୁ ରନ୍ଧାଖାଦ୍ୟ, ରିଲିଫ ସାମଗ୍ରୀ, ପାନୀୟ ଜଳ ଓ ଔଷଧ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାବ୍ୟତୀତ ଜିଲ୍ଲାପାଳଙ୍କୁ କ୍ଷୟକ୍ଷତିର ରିପୋର୍ଟ ମଗାଯାଇଛି ।

KNews Bureau

Recent Posts

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

1 min ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

14 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

31 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago

ଅନ୍ତର୍ଜାତୀୟ ଯୋଗ ଦିବସରେ କାଶ୍ମୀର ମାଟିରୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…

2 hours ago

ଆସନ୍ତାକାଲି ସ୍ନାନପୂର୍ଣ୍ଣିମା: ଭୋର ୪ ଟାରୁ ୬ଟା ମଧ୍ଯରେ ହେବ ମହାପ୍ରଭୁଙ୍କ ପହଣ୍ଡି ବିଜେ

ପୁରୀ (କେନ୍ୟୁଜ):  ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…

2 hours ago