ଭଦ୍ରକ : ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଭଦ୍ରକ (କେନ୍ୟୁଜ୍) : ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଗହଳିର ସୁଯୋଗ ନେଇ ଜଣେ ଯୁବକ ଘରେ ପଶି ନବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଭଦ୍ରକ ଗ୍ରାମାଞ୍ଚଳ ଥାନା ରମ୍ଭୀଳା ପଞ୍ଚାୟତ କେଶପୁର ଗାଁରେ ଏହି ଘଟଣା ଘଟିଛି। ସୂଚନା ଅନୁଯାୟୀ ପିଡୀତାଙ୍କ ପରିବାର ଲୋକେ ପୁଅର ଏକୋଇଶିଆ ପୂଜାରେ ବ୍ୟସ୍ତ ଥିଲେ । ଏହି ସମୟରେ ଜଣେ ଯୁବକ ତାଙ୍କ ଘରେ ପଶି ନାବାଳିକାଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣା ପରେ ଅଭିଯୁକ୍ତ ଜଣଙ୍କ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଭୟରେ ନାବାଳିକା ପରିବାର ଲୋକଙ୍କୁ କିଛି କହିନଥିଲେ । ହେଲେ ଦେହ ଖରାପ ହେବାରୁ ସମସ୍ତ କଥା ତାଙ୍କ ମାଆଙ୍କୁ କହିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଏ ସମ୍ପର୍କରେ ଭଦ୍ରକ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।