ରାଜ୍ୟ

ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ: ୨୦ ବର୍ଷ ଜେଲ ଦଣ୍ଡ ସହ ୨୦ ହଜାର ଜୋରିମାନା

କଟକ(କେନ୍ୟୁଜ୍): ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ। ୨୦ ବର୍ଷ ଜେଲ ଦଣ୍ଡ ସହ ୨୦ ହଜାର ଜୋରିମାନା ନିର୍ଦ୍ଦେଶ। ଜୋରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ। ରାୟ ଶୁଣାଇଲେ କଟକ ସ୍ୱତନ୍ତ୍ର ପୋକସୋ ଆଡହକ ଫାଷ୍ଟଟ୍ରାକ କୋର୍ଟ। ୨୦୧୮ ଅଗଷ୍ଟ ୧୨ ତାରିଖରେ ଜଗତପୁର ନିମପୁରରେ ଘଟିଥିଲା ଏହି ଦୁଷ୍କର୍ମ। ୧୨ ବର୍ଷର ନାବାଳିକା ଘରେ ଏକା ଥିବା ବେଳେ ଘରେ ପଶି ଭିତରୁ କବାଟ ବନ୍ଦ କରି ଦୁଷ୍କର୍ମ କରିଥିଲା ଦୋଷୀ। ଏହି ଘଟଣାରେ ଅଭିଯୁକ୍ତ ତୋଫାନ କୁମାର ଜେନାକୁ ଦୋଷୀ ସାବ୍ୟସ୍ତ କଲେ କୋର୍ଟ। ୧୪ ଟି ତଥ୍ୟ ପ୍ରମାଣ ଓ ୧୬ ଜଣ ସାକ୍ଷୀଙ୍କ ବୟାନ କୁ ଆଧାର କରି ଏହି ନିର୍ଦ୍ଦେଶ।

ପିଡ଼ିତା ନାବାଳିକା କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ। ପିଡ଼ିତାକୁ ୧୮ ବର୍ଷ ହେବା ପର୍ଯ୍ୟନ୍ତ ବ୍ୟାଙ୍କରେ ଏହି ଟଙ୍କା ଫିକ୍ସ ଡିପୋଜିଟ ହୋଇ ରହିବ। ଜିଲା ଆଇନସେବା ପ୍ରାଧିକରଣ ଜରିଆରେ ଦିଆଯିବ କ୍ଷତିପୂରଣ। ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିଲେ ସ୍ୱତନ୍ତ୍ର ପିପି ବିଶ୍ୱଜିତ ରାୟ।

 

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

14 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

33 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

41 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

57 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago