ଆଇଏଏସ୍‌ସ୍ତରରେ ଅଦଳବଦଳ : ପରାଗ ଗୁପ୍ତା ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର(କେନ୍ୟୁଜ୍‌) : ଆଜି ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ସ୍ତରରେ ଅଦଳ ବଦଳ କରିଛନ୍ତି ।ବରିଷ୍ଠ ଆଇଏଏସ୍ ଅଧିକାରୀ ପରାଗ ଗୁପ୍ତାଙ୍କୁ ଓଏଫଡିସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ଦିଆଯାଇଛି ।

ସୁରେନ୍ଦ୍ର ବର୍ତ୍ତମାନ ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ରହିଛନ୍ତି। ସେହିପରି ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥି ଭାତନନ୍ କଟକ ନଗର ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ରେ ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରାଯାଇଛି। ୟେଦୁଲା ବିଜୟଙ୍କୁ ଓରେଡାର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଅବସ୍ଥାପିତ କରାଯାଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.