Below header

ମୟୂରଭଞ୍ଜରେ ଥମୁନାହିଁ ଗୁଣିଗାରେଡି ସନ୍ଦେହରେ ହତ୍ୟାକାଣ୍ଡ, ୩ଜଣ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆକ୍ରମଣରେ ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର

ମୟୂରଭଞ୍ଜ(କେନ୍ୟୁଜ୍):  ଗୁଣିଗାରେଡି ସନ୍ଦେହରେ ଦମ୍ପତିଙ୍କୁ ଆକ୍ରମଣ ! ଆକ୍ରମଣରେ ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର। ମୟୂରଭଞ୍ଜ ଜିଲ୍ଲା ବହଳଦା ବ୍ଲକ ଜଗନ୍ନାଥପୁର ଗାଁରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ୩ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଦମ୍ପତିଙ୍କ ଉପରେ ଟାଙ୍ଗିଆରେ ଆକ୍ରମଣ କରିଥିଲେ । ଚିତ୍କାର ଶୁଣି ବାପା ମା ଙ୍କୁ ବଞ୍ଚାଇବାକୁ ଯାଇ ପୁଅ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ନବମ ଶ୍ରେଣୀର ପୁଅର ହାତ ଆଙ୍ଗୁଠିରେ ଟାଙ୍ଗିଆ ବାଜି କଟିଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ସ୍ୱାମୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି।

mayurbhanj 2

ଗୁରୁତର ସ୍ତ୍ରୀଙ୍କୁ ପ୍ରଥମେ ରାଇରଙ୍ଗପୁର ଓ ପରେ ବାରିପଦା ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ମୃତକ ହେଲେ ମାନସିଂ ସୋରେନ ଓ ମୃତକଙ୍କ ସ୍ତ୍ରୀ ହେଲେ ସାଲହୋମଣି ସୋରେନ । ଖବର ପାଇ ବହଳଦା ଥାନା ପୋଲିସ, ରାଇରଙ୍ଗପୁର ଏଏସପି, ରାଇରଙ୍ଗପୁର ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ପାରିପାର୍ଶ୍ଵିକ ସ୍ଥିତିରୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି। ବାରିପଦାରୁ ସାଇଣ୍ଟିଫିକ ଟିମ୍‌ ମଧ୍ୟ ପହଞ୍ଚି ତଦନ୍ତକୁ ଜୋରଦାର କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.