Below header

ପାଟଣାଗଡ଼ ବ୍ଲକ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁଙ୍କୁ ନିର୍ମମ ହତ୍ୟା, କପା କିଆରିରୁ ମିଳିଲା ମୃତଦେହ

ବଲାଙ୍ଗିର(କେନ୍ୟୁଜ୍):କନିଷ୍ଠ ଯନ୍ତ୍ରୀଙ୍କୁ ନିର୍ମମ ହତ୍ୟା । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଯନ୍ତ୍ରୀ ସୁରେଶ ଚନ୍ଦ୍ର ସାହୁଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୋଲବନ୍ଧ ପଞ୍ଚାୟତ ବନକାବିଅର ଗାଁ ନିକଟ କପା କିଆରିରୁ ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାରିପାଶ୍ୱିକ ସ୍ଥିତିରୁ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଜଣା ପଡ଼ିଛି ।

ମୃତ ସୁରେଶ ସାହୁଙ୍କ ଘର କଟକ ଜିଲ୍ଲା ନିଆଳି ଅଞ୍ଚଳରେ । ଗତ ତିନ ବର୍ଷ ହେବ ସେ ପାଟଣାଗଡ଼ ବ୍ଲକରେ କାର୍ଯ୍ୟରତ ଥିଲେ । ଘଟଣାସ୍ଥଳରେ ପାଟଣାଗଡ଼ ଥାନା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଖୋଳତାଡ କରୁଥିବା ବେଳେ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହତ୍ୟାର କାରଣ ସ୍ପଷ୍ଟ ହେବ । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.