କଟକ: ବନ୍ଧୁକ ଦେଖାଇ ଫାଙ୍କା ଗୁଳି ଚାଳନା କରି ପେଟ୍ରୋଲ ପମ୍ପରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା ଦେଲେ ପମ୍ପ ମାଲିକ

ଚୌଦ୍ବାର(କେନ୍ୟୁଜ୍):  ବନ୍ଧୁକ ମୁନରେ ଲୁଟ୍‌। ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ। କଟକ ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ବଇଁଚୁଆ ଛକ ନିକଟସ୍ଥ ଏକ ପେଟ୍ରୋଲ ପମ୍ପରେ ଏହି ଘଟଣା ଘଟିଛି। ବିଳମ୍ବିତ ରାତିରେ ୩ ଜଣ ଦୁର୍ବୃତ୍ତ ଏକ ପଲସର ବାଇକ୍‌ରେ ଆସି ବନ୍ଧୁକ ଦେଖାଇ ଅଫିସ ଭିତରେ ପଶି ଟଙ୍କା ନେବା ପାଇଁ ଉଦ୍ୟମ କରିଥିଲେ। ପମ୍ପ‌ କର୍ମଚାରୀ କମଳାକାନ୍ତ ବିଶ୍ୱାଳ ଏବଂ ଅନ୍ୟ କର୍ମଚାରୀମାନେ ପ୍ରତିରୋଧ କରିବାରୁ ତାଙ୍କୁ ଦୁର୍ବୃତ୍ତମାନେ ଫାଙ୍କା ଗୁଳିଚାଳନା କରି ଟଙ୍କା ଲୁଟି ନେଇଥିଲେ। ଏନେଇ ପମ୍ଫ ମାଲିକ ଟାଙ୍ଗୀ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଟଙ୍ଗୀ ପୁଲିସ ସିସିଟିଭି ଯାଞ୍ଚ କରି ଦୁର୍ବୃତ୍ତମାନଙ୍କୁ ଠାବ କରିବା ସହ ତଦନ୍ତ ଜାରି ଜୋରଦାର କରିଛି। ଦୁର୍ବୃତ୍ତଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ କେସ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.