Below header

ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଗାଡ଼ିକୁ ଗୁଳିମାଡ଼: ଘଟଣାସ୍ଥଳରୁ ଦୁଇଟି ଦେଶୀ ବନ୍ଧୁକ ଜବତ, ଜଣେ ଅଟକ

ଫୁଲବାଣୀ: ଫୁଲବାଣୀର ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁରଙ୍କ ଗାଡ଼ିକୁ ଗୁଳିମାଡ଼ ଅଭିଯୋଗ । ଏନେଇ ଫୁଲବାଣୀ ଟାଉନ୍‌ ଥାନାରେ ଅଭିଯୋଗ ହୋଇଛି । ଫୁଲବାଣୀ ଏଫସିଆଇ ନିକଟସ୍ଥ ଚିତ୍ରକୂଟ ସାହି ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ଗୁଳିମାଡ଼ କରିଥିଲେ । ପୋଲିସ ଘଟଣାସ୍ଥଳରୁ ଦୁଇଟି ଦେଶୀ ବନ୍ଧୁକ ଜବତ କରିବା ସହ ଜଣଙ୍କୁ ଅଟକ ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.