Categories: ରାଜ୍ୟ

ରାୟଗଡ଼ା: ପିଡବ୍ଲ୍ୟୁଡି ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟ୍‌

ରାୟଗଡ଼ା(କେନ୍ୟୁଜ୍): ଲକ୍ଷାଧିକ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟ୍‌ । ରାୟଗଡ଼ା ସହରର ଇନ୍ଦିରାନଗର ଷଷ୍ଠ ଲେନରୁ ଲୁଟ କରିଛନ୍ତି ଦୁର୍ବୃତ୍ତ। ପିଡବ୍ଲ୍ୟୁଡି ବିଭାଗର ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୩ ଭରି ସୁନା ଓ ୨୧୯ଭରି ରୁପା ଅଳଙ୍କାର ଲୁଟ ହୋଇଛି। ଗତ ଶନିବାର ରାତିରେ ମନୋଜଙ୍କ ପରିବାର ଲୋକେ ବ୍ରହ୍ମପୁର ଯାଇଥିବା ବେଳେ ଲୁଟେରାମାନେ ତିନିଟି ଆଲମାରିକୁ ତାଡ଼ି ସୁନା ଓ ଅଳଙ୍କାର ଲୁଟି ନେଇଛନ୍ତି। ଗତକାଲି ପରିବାର ଲୋକେ ଘରକୁ ଫେରିବା ପରେ ଆସବାବ ପତ୍ର ଏଣେତେଣେ ପଡ଼ିଥିବା ବେଳେ ଆଲମାରିର ଲକର ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ। ଏନେଇ ଥାନାରେ ମାମଲା ରୁଜୁ ହେବା ପରେ ଲୁଟର ତଦନ୍ତ ଆରମ୍ଭ ହୋଇଛି। ସନ୍ଧାନୀ କୁକୁର ଓ ସିସିଟିଭି ଫୁଟେଜ ଆଧାରରେ ପୁଲିସ ଲୁଟେରାଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…

7 hours ago

ହିଟ୍ ୱେଭ ଆକ୍ସନ ପ୍ଲାନ, ମେଡିକାଲ ପ୍ରସ୍ତୁତି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍‌): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…

10 hours ago

ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍‌): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…

10 hours ago

ପୋଲିସ ଉପରେ ଆକ୍ରମଣ ; ୩୮ ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ମୟୂରଭଞ୍ଜ (କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…

10 hours ago

ବିସ୍ଫୋରଣ ଦେଇଗଲା ଦୁଃଖ, ପରିବାର ଚଳିବ କେମିତି ?

ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…

11 hours ago

ଲୁହା ପାଇପ ଚୋରା ଚାଲାଣ ମାମଲାରେ ଟୁଙ୍ଗୁରୁ ଭୋଳ ସମେତ ୧୧ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…

13 hours ago