ରାଜ୍ୟ

ବ୍ୟାଙ୍କ କର୍ମଚାରୀଙ୍କଠାରୁ ବନ୍ଧୁକ ମୁନରେ ୩୫ ଲକ୍ଷ ୪୧ ହଜାର ଟଙ୍କା ଲୁଟ୍ ଅଭିଯୋଗ

କୁଚିଣ୍ଡା : ଏକ ବୋଲେରୋ ଗାଡିରେ ଲଇମୁରା ୟୁନିଅନ ବ୍ୟାଙ୍କକୁ ଟଙ୍କା ନେଉଥିବା ବେଳେ କୁଚିଣ୍ଡା ଥାନା ଅନ୍ତର୍ଗତ ଲଇମୁରା ରାସ୍ତା କରଙ୍ଗାମାଲ ପିପେଲଠୁଟୀ ଜଙ୍ଗଲରେ ୬ ଜଣ ଦୁର୍ବୃତ୍ତ ବନ୍ଧୁକ ମୁନରେ ଟଙ୍କା ଲୁଟ କରି ଫେରାର ହୋଇଯାଇଛନ୍ତି। ସମ୍ବଲପୁର ରୁ ଲଇମୁରା ୟୁନିଅନ ବ୍ୟାଙ୍କକୁ ବ୍ୟାଙ୍କ କର୍ମଚାରୀ ଏକ ବଲେରୋ ଗାଡ଼ିରେ ୩୫ ଲକ୍ଷ ୪୧ ହଜାର ଟଙ୍କା ନେଉଥିଲେ।

ଗତକାଲି ଅପରାହ୍ନ ପ୍ରାୟ ୪ଟା ସମୟରେ କୁଚିଣ୍ଡା ଥାନା ଅନ୍ତର୍ଗତ କରଙ୍ଗାମାଲ ଜଙ୍ଗଲରେ ୩ ଟି ବାଇକରେ ୬ ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖେଇ ଗାଡି ଅଟକାଇ ଗାଡ଼ିରେ ଥିବା ୩୫ ଲକ୍ଷ ୪୧ ହଜାର ଟଙ୍କା ଲୁଟି ଜଙ୍ଗଲ ରାସ୍ତାରେ ପଳେଇଥିବା ବ୍ୟାଙ୍କ କର୍ମଚାରୀ କହିଛନ୍ତି। ବ୍ୟାଙ୍କ କର୍ମଚାରୀଙ୍କ ମୋବାଇଲ ଫୋନ ମଧ୍ୟ ଦୁର୍ବୃତ୍ତମାନେ ନେଇଯାଇଛନ୍ତି। ସମ୍ବଲପୁର ଏସପି କନୱାର ବିଶାଲ ସିଂଙ୍କ ନିଦ୍ଦେର୍ଶରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାଜକିଶୋର ମିଶ୍ର ଏବଂ କୁଚିଣ୍ଡା ଥାନା ଅଧିକାରୀ କମଳ କୁମାର ପଣ୍ଡା ପହଚିଂ ଅଧିକ ତଦନ୍ତ ଆରମ୍ଭ କରିଛନ୍ତି।

Sonalisa

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

31 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

33 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

39 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

48 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

48 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago