୩ ଜିଲ୍ଲାର ମିଶନ ଶକ୍ତି ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):ବାଲେଶ୍ଵର, ମୟୂରଭଂଜ ଓ ଜଗତସିଂହପୁର ଜିଲ୍ଲାର ମିଶନ ଶକ୍ତି ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଆଜି ସଂଧ୍ୟାରେ ନବୀନ ନିବାସରେ ତିନି ଜିଲ୍ଲାର ବିଭିନ୍ନ ବ୍ଲକ ଫେଡେରେଶନର ମିଶନ ଶକ୍ତି ମା’ ମାନେ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଭୁବନେଶ୍ଵରକୁ ପ୍ରଶିକ୍ଷଣ ପାଇଁ ଆସିଥିବା ଅବସରରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ମିଶନ ଶକ୍ତି କାର୍ଯ୍ୟକ୍ରମର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ଏହାଦ୍ଵାରା ସେମାନଙ୍କର ଦକ୍ଷତା ବୃଦ୍ଧି ହେବା ସହିତ ବିଭିନ୍ନ ବ୍ୟବସାୟ ଜରିଆରେ ଆର୍ଥିକ ଉନ୍ନତି ଆସିପାରିଛି ବୋଲି କହିଥଥିଲେ । ନିଜେ ରୋଜଗାର କରିପାରୁଥିବା ଯୋଗୁ ଆଜି ସମାଜରେ ସେମାନଙ୍କର ପ୍ରତିଷ୍ଠା ବୃଦ୍ଧି ପାଇଛି ବୋଲି ସେମାନେ ଖୁସି ପ୍ରକାଶ କରିଥିଲେ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ସେମାନଙ୍କ କାମର ପ୍ରଶଂସା କରିଥିଲେ । ଓଡିଶାର ବିକାଶରେ ବିଶେଷକରି ଗ୍ରାମାଞ୍ଚଳର ମା ମାନେ ବହୁତ ଭଲ କାମ କରୁଛନ୍ତି । ଆଗକୁ ଏହିପରି କାମ ଜାରି ରଖିବେ ବୋଲି ସେ ଆଶାପ୍ରକାଶ କରିଥିଲେ । ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.