ରାଜ୍ୟ

ହାଇକୋର୍ଟରେ ମୋକିମଙ୍କ ଆବେଦନ ଗୃହିତ, ଜାମିନ ମଞ୍ଜୁର

କଟକ(କେନ୍ୟୁଜ୍): ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦ୍ୱାରା ଦଣ୍ଡାଦେଶ ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକମଙ୍କ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ । ମାମଲାର ଶୁଣାଣି କରି ମୋକିମଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାରଙ୍କ ବଦଳରେ ଜାମିନ ପାଇଁ ସର୍ତ୍ତ ରଖିଥିଲେ କୋର୍ଟ ।

ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଜବାବ ଦାଖଲ କରିବା ପାଇଁ ପ୍ରତିପକ୍ଷ ସମୟ ମାଗିଛନ୍ତି । ଆସନ୍ତା ୧୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି । ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ ବା ଓଆରଏଚଡିସି ଋଣ ମାମଲାରେ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ୍‌ ।

Sonalisa

Recent Posts

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

16 mins ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

50 mins ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

2 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

2 hours ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

2 hours ago

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

3 hours ago