Below header

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ। ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଭୁବନେଶ୍ବର ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ।

ଭୁବନେଶ୍ୱର : ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ। ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ଭୁବନେଶ୍ବର ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। କିଛି ଦିନ ତଳେ ପ୍ରଫୁଲ୍ଲ ସାମଲ ଇଡିରେ ହାଜର ହୋଇଥିଲେ ।

ପ୍ରଫୁଲ୍ଲ ଙ୍କୁ ୮ ଘଣ୍ଟା ଧରି ଜେରା କରିଥିଲା ଇଡି । ବରପଦା ଇଞ୍ଜିନିୟରିଂ କଲେଜ ଜମି ଦୁର୍ନୀତି ଘଟଣାରେ ରେଡ଼ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ଼ ହୋଇଥିଲା । ଗୋଟିଏ କାର ସହ ୯ ଲକ୍ଷ ଟଙ୍କା ଜବତ କରିଥିଲା ଇଡି । ୨୦ କୋଟି ଟଙ୍କାର ଜମି ଦୁର୍ନୀତି ନେଇ ଅଭିଯୋଗ ପରେ ଖୋଳତାଡ଼ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.