କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ କରାଇଲେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀ ଏବଂ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଦେଲେ ବିଧାୟକ ଶ୍ରୀ ସ୍ୱାଇଁ । ନବ ନିର୍ବାଚିତ ବିଧାୟକଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି । ଜୁନ ୧୮ ଓ ୧୯ରେ ନୂଆ ବିଧାୟକମାନେ ଶପଥ ନେବେ । ଜୁନ ୨୦ ତାରିଖରେ ହେବ ବାଚସ୍ପତି ନିର୍ବାଚନ । ଏହା ପୂର୍ବରୁ କାମଚଳା ବାଚସ୍ପତି ଭାବେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନବ ନର୍ବାଚିତ ବିଧାୟକମାନଙ୍କୁ କରାଇବେ ଶପଥପାଠ ।

Leave A Reply

Your email address will not be published.