Categories: ରାଜ୍ୟ

ଜିଲ୍ଲାପାଳଙ୍କଠାରୁ ମିଳିଲା କାର୍ଯ୍ୟାନୁଷ୍ଠାନ ନେଇ ପ୍ରତିଶ୍ରୁତି, ୧୬ ଘଣ୍ଟା ପରେ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ

ନୀଳଗିରି(କେନ୍ୟୁଜ୍): ୧୬ ଘଣ୍ଟା ପରେ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ଜିଲ୍ଲାପାଳ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଓ କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ଦେବା ପରେ ସେ ଅନଶନରୁ ଉଠିଛନ୍ତି । ଗତକାଲି ନୀଳଗିରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମୋହରିରଙ୍କ ଚାଳିଆ ଉଚ୍ଛେଦକୁ ନେଇ ବିଧାୟକ ଓ ତହସିଲଦାରଙ୍କ ମଧ୍ୟରେ ବଚସା ହୋଇଥିଲା । ଏହାକୁ ନେଇ ବିଧାୟକ ଗତକାଲି ସକାଳ ୮ଟାରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ । ବିଧାୟକଙ୍କ ସହ ଉପଜିଲ୍ଲାପାଳ ଆଲୋଚନା କରିଥିଲେ ମଧ୍ୟ ସେ ତାଙ୍କ ଜିଦ୍‌ରେ ଅଟଳ ଥିଲେ । ରାତି ପ୍ରାୟ ୧୨ଟାରେ ଜିଲ୍ଲାପାଳ ପହଞ୍ଚି ଘଟଣାର କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ଦେବା ପରେ ସେ ଅନଶନ ଭାଙ୍ଗିଥିଲେ । ସେପଟେ ବିଧାୟକଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣି ଆଇନର ଆଶ୍ରୟ ନେଇଛନ୍ତି ତହସିଲଦାର ସୁଶ୍ରୀତା ଟୁଡୁ । ତହସିଲଦାର ବିଧାୟକଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିବା ବେଳେ ବିଧାୟକଙ୍କ ପକ୍ଷରୁ ମଧ୍ୟ ତହସିଲଦାରଙ୍କ ବିରୋଧରେ ଏତଲା ଦେଇଛନ୍ତି । ସେହିପରି ଅତିରିକ୍ତ ତହସିଲଦାର ରାକେଶ ପଣ୍ଡାଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ମୋହରିରଙ୍କ ଚାଳିଆ ଉଚ୍ଛେଦକୁ ବିଧାୟକ ବିରୋଧ କରିଥିଲେ । ଉଚ୍ଛେଦକୁ ବିରୋଧ କରି ମୋହରୀର ଓ ଆଇନଜୀବୀମାନେ ତହସିଲ ଅଫିସରେ ତାଲା ପକାଇ ଦେଇଥିଲେ ।

KNews Bureau

Recent Posts

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

28 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

40 mins ago

ଜୀବନର ଶେଷ ରିଲ୍‌…୩୦୦ ଫୁଟ୍‌ ଗଭୀର ଖାଇକୁ ଖସିଲା କାର୍‌, ଯୁବତୀ ମୃତ

ସୋସିଆଲ ମିଡିଆରେ ରିଲ୍ସ କରିବାକୁ ନେଇ ଲୋକଙ୍କ ମଧ୍ୟରେ ଏତେ ଉତ୍ସାହ ରହୁଛି ଯେ ନିୟମ ସୁଦ୍ଧା ମାନିବାକୁ ସେମାନେ ପ୍ରସ୍ତୁତ…

1 hour ago

ରିଳିଜ୍‌ ହେଲା ଫିଲ୍ମ ‘ସରଫିରା’ର ଟ୍ରେଲର, ଦମ୍‌ଦାର ଲୁକ୍‌ରେ ନଜର ଆସିଲେ ଅକ୍ଷୟ କୁମାର

ବଲିଉଡ ଷ୍ଟାର ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ 'ସରଫିରା'ଟ୍ରେଲର ରିଲିଜ୍‌ ହୋଇଛି । ଖିଲାଡୀ କୁମାରଙ୍କ ଅପ୍‌କମିଂ ଫିଲ୍ମ ସରଫିରା…

1 hour ago

ଇକ୍ୱାଡୋରରେ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ; ୮ ମୃତ, ୧୧ ନିଖୋଜ

ଇକ୍ୱାଡୋରରେ ବର୍ଷା ରଚିଛି ତାଣ୍ଡବ । ପ୍ରବଳ ବର୍ଷା ଯୋଗୁଁ ଲୋକଙ୍କୁ ଅନେକ ସମସ୍ୟା ସାମ୍ନା କରିଛନ୍ତି । ମଧ୍ୟ…

1 hour ago

ଧର୍ମଶାଳା ରଜ କୁଇନ ମୁକୁଟ ପିନ୍ଧିଲେ ସୁଭଦ୍ରା

ଯାଜପୁର(କେନ୍ୟୁଜ୍‌) : ସାରା ରାଜ୍ୟରେ ମେଲିଛି ରଜର ଆସର । ଧୁମ୍‌ ଧାମ୍‌ ରେ ଏଥର ସବୁଠି ପାଳିତ ହୋଇଯାଇଛି…

2 hours ago