ରାଜ୍ୟରେ ୨ ଦିନ କାଳବୈଶାଖୀ ବର୍ଷା ଚେତାବନୀ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ

୨ ଦିନ ଘାଣ୍ଟିବ କାଳବୈଶାଖୀ । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏଥିପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। କୁଆପଥର ଆଲର୍ଟ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର (କେନ୍ୟୁଜ) : ୨ ଦିନ ଘାଣ୍ଟିବ କାଳବୈଶାଖୀ । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଆଜି ୨୩ ଜିଲ୍ଲାରେ ବର୍ଷା, ବିଜୁଳି ଘଡ଼ଘଡ଼ି ଓ ଝଡ଼ ପବନ ପ୍ରଭାବ ଦେଖାଯିବ। ଏଥିପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ। କୁଆପଥର ଆଲର୍ଟ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ପାରମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।

ଗତକାଲି ରାତିରେ ପ୍ରବଳ ବର୍ଷା ଓ ପବନରେ ଭିଜିଲା ଟ୍ବିନସିଟି। ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର,ଭଦ୍ରକ,ଯାଜପୁର,କେନ୍ଦ୍ରାପଡ଼ା ଓ ପୁରୀରେ ଝିପିଝିପି ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିଥିଲା। ଗତ ୨-୪ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ ବିଜୁଳି ଘଡ଼ଘଡ଼ି ଓ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳୁଛି। ଆଜି ଓ ଆସନ୍ତାକାଲି ଏହାର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିପାରେ । ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ବଙ୍ଗୋପସାଗର ରେ ଗୁରୁଚାପ ବଳୟ ସକ୍ରିୟ ରହିଛି ତାର ପ୍ରଭାବରେ ରାଜ୍ୟରେ କାଳ ବୈଶାଖୀ ଦେଖାଦେଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.