ଓଡ଼ିଶାକୁ ୫୦୦ କୋଟି ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର (କେନ୍ୟୁଜ୍‌) : ବାତ୍ୟା ‘ୟସ୍‌’ ଜନିତ କ୍ଷୟକ୍ଷତି ଅନୁଧ୍ୟାନ କରିବା ପରେ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସି ରାଜ୍ୟରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଥିଲେ । ବାତ୍ୟା ସମୀକ୍ଷା ପରେ ସେ ଏହି ଘୋଷଣା କରିଛନ୍ତି ।

ଏହି ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ମିଳିବ ୫୦ ହଜାର ଟଙ୍କା ।

Leave A Reply

Your email address will not be published.