ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

କେନ୍ୟୁଜ୍ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଞ୍ଚମ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ତାଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ତା ସହ ଲୋକମାନଙ୍କର ଆଶା ଓ ଆକାକ୍ଷାଂଙ୍କୁ ପୂରଣ କରିଥିବାରୁ ନବୀନ ପଟ୍ଟନାୟକ ଓ ତାଙ୍କ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶାର ବିକାଶ ପାଇଁ କେନ୍ଦ୍ର ସଂପୂର୍ଣ୍ଣ ସହଯୋଗ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଶୃତି ଦେଇଛନ୍ତି।

ramnathଅପରପକ୍ଷେ ମୁଖ୍ୟମନ୍ତ୍ରୀଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ଯ ଶୁଭେଚ୍ଛା ଜଣାଇଲେ। ନବୀନ ପଟ୍ଟନାୟକ ପଞ୍ଚମ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରେ ତାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ରାଷ୍ଟ୍ରପତି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.