ଓଡିଶାରେ ମୋଦି

ଭୁବନେଶ୍ବର(କେନ୍ଯୁଜ୍) : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ । ଏୟାରପୋର୍ଟରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ୱାଗତ କରିଥିଲେ । ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍‌ ଓରାମ୍‌, ରାଜ୍ୟ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ଉପସ୍ଥିତ ଥିଲେ ପୋଲିସ ଡିଜି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା, ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା ଓ ବିଜେପିର ବହୁ ବରିଷ୍ଠ ନେତା । କିଛି ସମୟ ଭୁବନେଶ୍ୱର ବିମାନବନ୍ଦରରେ ରହିଥିଲେ ପ୍ରଧାନମନ୍ତ୍ରୀ । ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ତାଳଚେର ଅଭିମୁଖେ ଯାଇଛନ୍ତି ।

Leave A Reply

Your email address will not be published.