ରାଜ୍ୟ

ଆସନ୍ତାକାଲି ଓଡ଼ିଶା ଆସିବେ ମୋଦି, ୨୦ରେ ପୁରୀରେ କରିବେ ରୋଡ଼ ସୋ’

ଭୁବନେଶ୍ୱର (କେନ୍ୟୁଜ): ପୁଣି ଓଡ଼ିଶା ଆସିବେ ମୋଦି । ଆସନ୍ତାକାଲି ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୦ରେ ପୁରୀରେ ରୋଡ଼ ସୋ’ କରିବେ । ଏହା ପରେ କଟକ ଓ ଅନୁଗୁଳ ସଭାରେ ଦେବେ ଉଦବୋଧନ । ୨୦ ତାରିଖ ସକାଳ ୭ ଟା ରେ ପୁରୀରେ ପହଁଚିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତ ପୂର୍ବରୁ ପୁରୀରେ ଏସପିଜି ସୁରକ୍ଷା ଟିମ । ଏସପି ପିନାକ ମିଶ୍ରଙ୍କ ସହ ଏହି ଟିମ ବଡଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ।

ପୁରୀ ପରେ କଟକ ବାଲିଯାତ୍ରା ଉପର ପଡ଼ିଆରେ ହେବ ନିର୍ବାଚନୀ ସଭା। ମୋଦିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ରୁଟ ଲାଇନ ଓ ସଭାସ୍ଥଳ ବୁଲି ଦେଖିଛନ୍ତି ଏସ.ପି.ଜି ସୁରକ୍ଷା କର୍ମୀଙ୍କର ଏକ ଟିମ। କଟକ ଡିସିପିଙ୍କ କାର୍ଯ୍ୟାଳୟରେ ସୁରକ୍ଷା ସମ୍ପର୍କିତ ଏକ ବୈଠକ ମଧ୍ୟ ହୋଇଛି । ଏହି ବୈଠକରେ ଡିସିପି, ଜିଲ୍ଲାପାଳ, ସିଏମସି କମିଶନରଙ୍କ ସମେତ ଅନ୍ୟାନ୍ୟ ବିଭାଗର ବରିଷ୍ଠ ଅଧିକାରୀ ଏବଂ ବିଜେପିର ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ। ଆସନ୍ତା ସୋମବାର ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆକାଶମାର୍ଗରେ ଆସି ନରାଜ ସ୍ଥିତ ହେଲିପ୍ୟାଡ଼ରେ ଅବତରଣ କରିବେ । ପରେ ଚହଟା ଛକ ଦେଇ ବାଲିଯାତ୍ରା ପଡ଼ିଆରେ ପହଞ୍ଚିବେ । ବାଲିଯାତ୍ରା ପଡ଼ିଆରେ ପ୍ରାୟ ଏକ ଘଣ୍ଟାର କାର୍ଯ୍ୟକ୍ରମ ରହିଛି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago