ଆସନ୍ତା କାଲି କୋଟିଆରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, ଆଜି ବଦଳିଲେ କୋରାପୁଟ ଜିଲ୍ଲାପାଳ

କୋରାପୁଟ(କେନ୍ୟୁଜ୍): ବଦଳିଲେ କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର ।  ମଧୁସୁଦନଙ୍କ ବଦଳେ କୋରାପୁଟ ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ମହମ୍ମଦ ଅବଦଲ ଅଖତର ।   ମହମ୍ମଦ ଏବେ କଟକର ପିଡିଡିଆରଡିଏ ଅଛନ୍ତି। ମଧୁସୂଦନଙ୍କୁ ଜଙ୍ଗଲ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସେପଟେ କାଲି କୋଟିଆରେ ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚକାଚକ ହୋଇ ସଜେଇ ହେଉଛି କୋଟିଆ। କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଟିଆରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କୋଟିଆର ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସଗୃହ, ମାଡକର ରାସ୍ତା, କୋଟିଆ ସ୍ତିତ ସରକାରୀ ଆଶ୍ରମ ହାଇସ୍କୁକର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଏହାକୁ ଅଞ୍ଚଳବାସୀ ଅପେକ୍ଷା କରିରହିଛନ୍ତି। ଏନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.