Below header

ରାଜ୍ୟରେ ମୌସୁମୀ ସକ୍ରିୟ: ୧୦ ପରେ ବଢ଼ିବ ବର୍ଷାର ପରିମାଣ

ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୮ ଓ ୯ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୦ରୁ ପୁଣି ଥରେ ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ।

ଭୁବନେଶ୍ୱର (କେନ୍ୟୁଜ): ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଉତ୍ତର ଓଡ଼ିଶା ଅଞ୍ଚଳ ବାୟୁମଣ୍ଡଳର ୧.୫ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ପ୍ରଭାବରେ ଉପକୂଳ ଓଡ଼ିଶାର ଅନେକ ଅଞ୍ଚଳରେ ବର୍ଷା ଲାଗି ରହିଛି। ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୮ ଓ ୯ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୦ରୁ ପୁଣି ଥରେ ବର୍ଷାର ପରିମାଣ ବୃଦ୍ଧି ହୋଇପାରେ । ସେପଟେ ଜୁନ୍‌ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.