ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି, ମାର୍ଶାଘାଇରେ ସର୍ବାଧିକ ରେକର୍ଡ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । କଟକ ଭୁବନେଶ୍ୱର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ । ବର୍ତ୍ତମାନ ସୁଦ୍ଧା ମାର୍ଶାଘାଇରେ ସର୍ବାଧିକ ୨୩୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଚମ୍ପୁଆରେ ୨୧୦, ବୌଦ୍ଧରେ ୨୦୮, ବାରିପଦାରେ ୨୦୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

rainfallସୂଚନା ଅନୁଯାୟୀ, ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ରାଜ୍ୟର ୯ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହିପରି ୭ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

rainfallଅନୁଗୁଳ, ନୂଆଗଡ଼ା, ନବରଙ୍ଗପୁର, କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ବାଲେଶ୍ୱର, ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ରେଡ୍‌ ଓ୍ଵାର୍ଣ୍ଣିଂ ଜିଲ୍ଲା ଗୁଡିକରେ ଅତିପ୍ରବଳ ବର୍ଷା ହୋଇପାରେ । ସେହିପରି ଅରେଞ୍ଜ ଓ୍ଵାର୍ଣ୍ଣିଂ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.