ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ନେଇ ପାଣିପାଗ ଅନୁକୂଳ ରହିଛି । ଦିନେ, ଦୁଇଦିନ ଭିତରେ ସାରା ରାଜ୍ୟକୁ ଛୁଇଁବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା କରାଯାଇଛି।

ଏପଟେ ଆଗାମୀ ୨୪ ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ। ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଗଞ୍ଜାମ, ଖୋର୍ଦ୍ଧା, ମୟୁରଭଞ୍ଜ, ଗଜପତି, ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୨ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ୨୩ ଓ ୨୪ ତାରିଖରେ ବର୍ଷାର ପରିମାଣ କିଛି ମାତ୍ରାରେ କମ ରହିବ । ୨୫ ତାରିଖରୁ ପୁଣି ଥରେ ବଢିବ ବର୍ଷା ପରିମାଣ।

You might also like