ଆଜି ରାଜଧାନୀ ସମେତ ଉପକୂଳ ଅଂଚଳରେ ଆରମ୍ଭ ହୋଇଛି ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଂଚଳର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ଭୁବନେଶ୍ୱରରେ ଝିପି ଝିପି ବର୍ଷା ଜାରି ରହିଛି ।

ଆଜିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୪ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି।

ଆଜି ପାଇଁ ବିଜୁଳି ସହ ବର୍ଷା ନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି । ୧୨ ତାରିଖରେ କୁଆପଥର ସହ ବର୍ଷା ନେଇ ୧୦ଟି ଜିଲ୍ଲା, ୧୩ ତାରିଖରେ ୧୨ଟି ଓ ୧୪ ତାରିଖରେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏହି ସମୟ ମଧ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷିପାରେ । ୧୫ ତାରିଖରୁ କମିବ ବର୍ଷାର ପରିମାଣ । ବର୍ଷା ଯୋଗୁ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.