ସାରା ରାଜ୍ୟକୁ ଛୁଁଇଲା ମୌସୁମୀ, ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ସାରା ରାଜ୍ୟକୁ ଛୁଁଇଲା ମୌସୁମୀ। ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।୨୫ତାରିଖରୁ ବଢିବ ବର୍ଷାର ପରିମାଣ ଓ ବିସ୍ତତି। ୨୬ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ସାରା ରାଜ୍ୟକୁ ଛୁଁଇଲା ମୌସୁମୀ। ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ମୌସୁମୀ ଆଗମନ ସହ ରାଜ୍ୟବ୍ୟାପୀ ବର୍ଷା ଲାଗି ରହିଛି। ଆକାଶ ମେଘାଚ୍ଛନ୍ନ ରହିବା ସହ ଅନେକ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ଆଜି ୫ଟି ଜିଲ୍ଲା କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୫ତାରିଖରୁ ବଢିବ ବର୍ଷାର ପରିମାଣ ଓ ବିସ୍ତତି। ୨୬ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.