ଦୁର୍ବଳ ହେଲା ମୌସୁମୀ, ୫ ଦିନ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା

ଭୁବନେଶ୍ୱର (କେନ୍ୟୁଜ): ମୌସୁମୀ ଦୁର୍ବଳ । ୫ ଦିନ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ । କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ଘଣ୍ଟା ଭିତରେ ୧୧ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ମଧ୍ୟ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ଆସନ୍ତାକାଲି ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ ତାରିଖରେ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଜୁନ ୧ରୁ ଏଯାଏ ୪୯୭.୧ ମିମି ବର୍ଷା ରେକର୍ଡ ହୋଇଛି । ଏହି ସମୟ ମଧ୍ୟରେ ୫୦୧.୬ ମିମି ବର୍ଷା ହେବ କଥା । ଯାହାକି ସ୍ୱାଭାବିକ ଠାରୁ ୧ ପ୍ରତିଶତ କମ୍‌ ବର୍ଷା ହୋଇଛି । ଏଯାଏ ୪ ଜିଲ୍ଲାରେ ଅଧିକ ବୃଷ୍ଟିପାତ ହୋଇଛି । ୨ ଜିଲ୍ଲା ସୁନ୍ଦରଗଡ଼ ଓ ସମ୍ବଲପୁରରେ ନିଅଣ୍ଟିଆ ବର୍ଷା ଚିନ୍ତା ବଢ଼ାଇଛି । ବାକି ୨୪ ଜିଲ୍ଲାରେ ସ୍ୱାଭାବିକ ବୃଷ୍ଟିପାତ ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.