ମୌସୁମୀ ଓ ଲଘୁଚାପ ଜନିତ ବର୍ଷାରେ ଭିଜିଛି ସାରା ଓଡ଼ିଶା, ୨୪ ଘଣ୍ଟାରେ ୩୭.୩ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ମୌସୁମୀ ଓ ଲଘୁଚାପ ଜନିତ ବର୍ଷାରେ ଭିଜିଛି ସାରା ଓଡ଼ିଶା । ୫ ଦିନର ଲଗାଣ ବର୍ଷାରେ ଦକ୍ଷିଣ ଓଡ଼ିଶାରେ ବିତ୍ପାତ ଆଣିଛି । ଆଜି ବି ଦକ୍ଷିଣରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼କୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୨୪ ଘଣ୍ଟାରେ ୩୭.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୨୧୫ ପ୍ରତିଶତ ଅଧିକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.