ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି, ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ ଦୁଇ ତାରିଖ ଯାଏ ପ୍ରବଳ ବର୍ଷା। ଏଥିଲାଗି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ବିଶେଷ କରି କଳାହାଣ୍ଡି,କନ୍ଧମାଳ, ଗଜପତି, ଗଞ୍ଜାମ, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି। ବନ୍ୟା କିମ୍ବା ଜଳବନ୍ଦୀ ପରିସ୍ଥିତିର ମୁକାବିଲା ନେଇ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଆସନ୍ତାକାଲି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ଅନ୍ୟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଅନୁମାନ କରାଯାଇଛି। ଦୁଇ ତାରିଖ ଦିନ ମଧ୍ୟ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଅନୁମାନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.