ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି: ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭ ଜଣଙ୍କ ମୃତ୍ୟୁ, ୪ ଚାଷୀ ଗୁରୁତର

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପ୍ରଭାବରେ ବର୍ଷା ଜାରି । ୩ ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁରକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

ସେହିପରି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାମାନଙ୍କର କିଛି ସ୍ଥାନରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ ତଳିଆ ଅଞ୍ଚଳରେ ପାଣି ଜମି ରହିବାର ଆଶଙ୍କା ଥିବାରୁ ସତର୍କ କରାଯାଇଛି। ରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହୋଇପାରେ। ଏହା ସହ ପାଣି ଜମିରହିଲେ ନିଷ୍କାସନ ପାଇଁ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।

ସେହିପରି ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୩ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି। ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଚାଷୀ ଗୁରୁତର ଆହତ ହୋଇଛନ୍ତି। ସେହିପରି ୬ଟି ବଳଦଙ୍କ ଜୀବନ ନେଇଛି ବଜ୍ରପାତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.