ଓଡ଼ିଶା ଛୁଇଁବା ପରେ ଅଗ୍ରସର ହେଉଛି ମୌସୁମୀ: କିଛି ଜିଲ୍ଲାରେ ବର୍ଷା ଜାରି, ଗତ ୨୪ ଘଣ୍ଟାରେ କୋରାପୁଟରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ବର(କେନ୍ୟୁଜ): ୨ ଦିନ ପରେ ବଢିବ ବର୍ଷା ପରିମାଣ। ଓଡ଼ିଶା ଛୁଇଁବା ପରେ ଅଧିକ ଅଗ୍ରସର ହେଉଛି ମୌସୁମୀ। କୋରାପୁଟ, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଉପକୂଳ ଓଡ଼ିଶାରେ ସକ୍ରିୟ ହେବ। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ସକ୍ରିୟ ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷିବ। ୨୦ ତାରିଖ ପରେ ବର୍ଷା ପରିମାଣ ବଢିବ। ରାଜ୍ୟରେ ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିଛି ତାପମାତ୍ରା। ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.