ମୌସୁମୀ ଅଧିବେଶନ: ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା

ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ବିଜେପି ବିଧାୟକମାନେ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ।

କେନ୍ୟୁଜ୍(ବ୍ୟୁରୋ): ଚାଲିପାରିଲାନି ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ବିଜେପି ବିଧାୟକମାନେ ଗୃହ ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ।

ବିଜେଡି ସଦସ୍ୟମାନେ NH 55 ର ବିପର୍ଯ୍ୟସ୍ତ ସ୍ଥିତି ନେଇ ନିଜ ଆସନରେ ଠିଆ ହୋଇ କେନ୍ଦ୍ର ବିରୋଧୀ ନାରା ଦେଇଥିଲେ। ସେହିପରି କୋଷ୍ଟାଲ ହାଇ ୱେ କଥା ବି ଉଠାଇଥିଲା ଦଳ।ପ୍ରବଳ ପାଟିତୁଣ୍ଡ ମଧ୍ୟରେ ଗୃହକାର୍ଯ୍ୟ ଚାଲିନପାରିବାରୁ ବାଚସ୍ପତି ଗୃହକୁ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.