ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

 ଭୁବନେଶ୍ୱର(କେ ନ୍ୟୁଜ):  ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଜୁନ ୧୦ରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲା । ଆଜି ସାରା ଓଡ଼ିଶାକୁ ଛୁଇଁଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମୌସୁମୀକୁ ସକ୍ରିୟ କରାଇବାରେ ସହାୟତା କରିଛି । ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଭିତରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଗତକାଲିଠାରୁ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ଜାରି ରହିବା ପରେ ଅଧିକାଂଶ ସ୍ଥାନରେ ୭୬ରୁ ୧୦୦ମିମି ବର୍ଷା ରେକର୍ଡ କରାଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଓ ପଶ୍ଚିମବଙ୍ଗ ଗାଙ୍ଗେୟ ଉପତ୍ୟାକାରେ ଲଘୁଚାପ ଘନୀଭୂତ ହୋଇଛି । ଏହା କ୍ରମଶଃ ଝାଡ଼ଖଣ୍ଡ ଓ ଛତିଶଗଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like