ରଜରେ ଭିଜିବନି ବରଂ ଆହୁରି ସିଝିବ! ଆଉଟୁ ପାଉଟୁ କରିବ ଅସହ୍ୟ ଗୁଳୁଗୁଳି

ରଜ ସୁଦ୍ଧା ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା କ୍ଷୀଣ ହୋଇଛି । ଏନେଇ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଏଥର ଭାରତକୁ ମୌସୁମୀ ୭ ଦିନ ବିଳମ୍ବରେ ପହଞ୍ଚିଛି । ଓଡ଼ିଶାକୁ କେବେ ଛୁଇଁବ ତାହା ପୂର୍ବାନୁମାନ ହୋଇପାରିନି । ଆଗାମୀ ୨ରୁ ୩ ଦିନରେ ସ୍ପଷ୍ଟ ହେବ ।

ଭୁବନେଶ୍ୱର (କେନ୍ୟୁଜ): ମୌସୁମୀ ବାୟୁ ଦୁର୍ବଳ ହେବା କାରଣରୁ ଓଡ଼ିଶାରେ ପ୍ରବେଶ ବିଳମ୍ବିତ ହେଉଛି । ରଜ ସୁଦ୍ଧା ଓଡ଼ିଶାକୁ ମୌସୁମୀ ଛୁଇଁବା ସମ୍ଭାବନା କ୍ଷୀଣ ହୋଇଛି । ଏନେଇ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଏଥର ଭାରତକୁ ମୌସୁମୀ ୭ ଦିନ ବିଳମ୍ବରେ ପହଞ୍ଚିଛି । ଓଡ଼ିଶାକୁ ୧୨ ସୁଦ୍ଧା ମୌସୁମୀ ଆସିଥାଏ କିନ୍ତୁ ଏଥର ବିଳମ୍ବ ହୋଇପାରେ ବୋଲି କୁହାଯାଉଛି । ୧୫ କିମ୍ବା’ତା ପରେ ଓଡ଼ିଶାରେ ସ୍ୱାଭାବିକ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି । କିନ୍ତୁ ଓଡ଼ିଶାକୁ କେବେ ଛୁଇଁବ ତାହା ପୂର୍ବାନୁମାନ ହୋଇପାରିନି । ଆଗାମୀ ୨ରୁ ୩ ଦିନରେ ସ୍ପଷ୍ଟ ହେବ ।

ସେପଟେ ନାକେଦମ କରୁଛି ଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ଅସହ୍ୟ ତାତି ଅନୁଭୂତ ହେବ । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ସୁନ୍ଦରଗଡ଼, ବଲାଙ୍ଗୀର, ବୌଦ୍ଧ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୫ ଦିନ ଯାଏଁ ଦିନର ତାପମାତ୍ରା ୩ ରୁ ୫ ଡିଗ୍ରୀ ଅଧିକ ରହିବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ପବନ ପ୍ରବେଶ କରୁଛି ଯାହା ତାପମାତ୍ରା ବୃଦ୍ଧି କରାଇବାରେ ସହାୟକ ହେଉଛି । କିଛି କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଯାଏଁ ଅଧିକ ରହିବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.