ରାଜ୍ୟ

ମୋକିମଙ୍କୁ ହାଇକୋର୍ଟରୁ ଝଟକା, OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ କାଏମ୍

କଟକ (କେନ୍ୟୁଜ): ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ । ମୋକିମଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ । ଭିଜିଲାନ୍ସ କୋର୍ଟଙ୍କ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ମୋକିମ। OHRDC ଋଣ ଦୁର୍ନୀତି ମାମଲାରେ ମୋକିମ୍ ଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ଶୁଣାଇଥିଲେ ଭିଜିଲାନ୍ସ କୋର୍ଟ।

ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ଅକ୍ଟୋବର ମାସରେ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ। ପୂର୍ବରୁ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମ ଙ୍କୁ ଜାମିନ ପ୍ରଦାନ କରିଥିଲେ । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ ।ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।

ସଚନାଯୋଗ୍ୟ ଓ ଆରଏଚଡିସି ମାମଲାରେ ମୋକିମଙ୍କୁ ୩ଵର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ।

Barsha

Recent Posts

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

1 hour ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

1 hour ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

2 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

2 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

2 hours ago

ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍

ଭୁବନେଶ୍ୱର(କେନ୍ୟୁଜ୍‌): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ। ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍। ଦୁଇ ଉପମୁଖ୍ୟମନ୍ତ୍ରୀ। ୮ କ୍ୟାବିନେଟ…

2 hours ago