ସୁନ୍ଦରଗଡ଼ରେ ୧୪ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି

ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ୪୮ ଘଣ୍ଟା ମଧ୍ୟରେ ପୁଣି ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୬ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୪ ଜଣ ପଜିଟିଭ ରୋଗୀ ବାହାରିଥିଲେ। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି ହୋଇଛି।

ସୁନ୍ଦରଗଡ଼ (କେନ୍ୟୁଜ): ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ୪୮ ଘଣ୍ଟା ମଧ୍ୟରେ ପୁଣି ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୬ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୪ ଜଣ ପଜିଟିଭ ରୋଗୀ ବାହାରିଥିଲେ। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି ହୋଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଜଣଙ୍କର ପୂର୍ବରୁ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

ସେପଟେ ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।

You might also like