ରାଜ୍ୟ

ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୨୭ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର ( କେନ୍ୟୁଜ): ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୯ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୧୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୧୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Barsha

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

4 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

20 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

53 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

55 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago