Below header

ଭୟ ବଢାଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡ଼ରେ ୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ଼ ଜିଲ୍ଲାରେ ବଢ଼ିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ ଟାଇଫସ୍ ରୋଗୀ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟ ୨୫୦କୁ ପହଞ୍ଚିଛି ।

ସୁନ୍ଦରଗଡ଼ (କେନ୍ୟୁଜ): ରାଜ୍ୟରେ ବଢୁଛି ସ୍କ୍ରବ ଟାଇଫସ ଆତଙ୍କ । ସୁନ୍ଦରଗଡ ଜିଲ୍ଲାରେ ବଢ଼ିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟ ୨୫୦କୁ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ସୂଚନା ରହିଛି । ୪୦ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଭୟରେ ସୁନ୍ଦରଗଡବାସୀ ।

ତେବେ ଭୟ ନକରି ଲୋକମାନେ ସଚେତନ ରହିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । ସାମାନ୍ୟ ଜ୍ବର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ ଜିଲ୍ଲାର ସମସ୍ତ ଡାକ୍ତରଙ୍କୁ ପରାମର୍ଶ ଦିଆଯାଇଛି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ଲକ୍ଷଣ ଦେଖାଗଲେ କିମ୍ବା ସପ୍ତାହେରୁ ଅଧିକ ସମୟ ଜ୍ବର ରହିଲେ ତୁରନ୍ତ ଡାକ୍ତରଖାନା ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏନେଇ ଲୋକଙ୍କୁ ସଚେତନ କରାଯାଉଥିବା ସିଡିଏମଓ ସୂଚନା ଦେଇଛନ୍ତି ।

ଅନ୍ୟପଟେ ଗାଁ ଗାଁରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନା କରାଯାଉଥିବାବେଳେ ବିଭିନ୍ନ ଛକ ଓ ହାଟରେ ପାଲା ମାଧ୍ୟମରେ ସ୍କ୍ରବ ଟାଇଫସ ରୋଗର ଲକ୍ଷଣ ଓ ନିରାକରଣ ସମ୍ପର୍କରେ ସଚେତନ କରାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.