ଜଳେଶ୍ୱର ଅଞ୍ଚଳରୁ ୧ କ୍ବିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ, ବାପ-ପୁଅ ଗିରଫ

ଜଳେଶ୍ୱର(କେନ୍ଯୁଜ୍): ବାଲେଶ୍ବର ଜିଲ୍ଲାର ଜଳେଶ୍ୱର ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ବ୍ରାଉନସୁଗାର ପରେ ଜଳେଶ୍ୱର ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ସୂଚନା ଅନୁଯାୟୀ, ଜମାଲପୁର ଗାଁରୁ ଓଡ଼ିଶା ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା।

ଚଢ଼ାଉ ବେଳେ ଜମାଲପୁର ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ୧ କ୍ବିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରାଯାଇଥିବା ଜଣାପଡିଛି। ତେବେ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପାଖାପାଖି ୭ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଏହି ଘଟଣାରେ ଜମାଲପୁର ଗାଁର ଦୁଇ ଜଣଙ୍କୁ ଗିରଫ କରିଛି। ଉଭୟ ସଂପର୍କରେ ବାପପୁଅ ବୋଲି ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.