Below header

୩୬ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ମୋ ସ୍କୁଲ୍‌ ଅଭିଯାନ ପାଇଁ ୫ କୋଟି ୨୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି

କେନ୍ୟୁଜ୍(ବ୍ୟୁରୋ):  ମୋ ସ୍କୁଲ ଅଭିଯାନର ୨୪ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ। ଏଥିରେ ୨୪ଟି ଜିଲ୍ଲାର ସ୍କୁଲ ପାଇଁ ୧୨୧ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ମାସକ ମଧ୍ୟରେ ୩୬ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ମୋ ସ୍କୁଲ୍‌ ଅଭିଯାନ ସହ ଯୋଡ଼ି ହୋଇଛନ୍ତି। ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୫ କୋଟି ୨୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବାଲେଶ୍ୱର ଜିଲ୍ଲାରେ ଲଗାତାର ୫ମ ଥର ପାଇଁ ପୁରାତନ ଛାତ୍ରଛାତ୍ରୀମାନେ ସର୍ବାଧିକ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି। ବାଲେଶ୍ୱରରେ ସର୍ବାଧିକ ୧କୋଟି ୭୭ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରାଯାଇଛି। ମୋ ସ୍କୁଲ୍‌ ଅଭିଯାନରେ 5T- ହାଇସ୍କୁଲ ଟ୍ରାନ୍‌ସଫର୍ମେସନ କାର୍ଯ୍ୟକ୍ରମକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି।

ସିଏସ୍‌ଆର୍‌ ପାଣ୍ଠିରୁ ମିଳୁଥିବା ଅନୁଦାନ ସହ ମୋ ସ୍କୁଲର ଦୁଇଗୁଣା ସହାୟତା ରାଶିକୁ ମିଶାଇ ପ୍ରତ୍ୟେକ ବିଦ୍ୟାଳୟର ବିକାଶ କରାଯିବାକୁ ଲକ୍ଷ୍ୟ ରହିଛି। ଏହି କାର୍ଯ୍ୟକ୍ରମରେ ସେଣ୍ଟର୍‌ ଫର୍‌ ଏନ୍‌ଭାରୋମେଣ୍ଟ୍‌ ଷ୍ଟଡିଜ୍‌ ସହଯୋଗରେ ୧ ହଜାର ସ୍କୁଲ୍‌ରେ ଏନର୍ଜି କ୍ଲବ୍‌ ପ୍ରତିଷ୍ଠା କରାଯିବ। ବିଦ୍ୟାଳୟଗୁଡ଼ିକରେ ଶକ୍ତି ସଂରକ୍ଷଣକୁ ପ୍ରୋତ୍ସାହନ ଦେବା ଏବଂ ଏ ସମ୍ପର୍କିତ ବିଭିନ୍ନ ସଚେତନମୂଳକ କାର୍ଯ୍ୟକ୍ରମ କରିବାକୁ ପ୍ରତ୍ୟେକ ବିଦ୍ୟାଳୟକୁ ବର୍ଷକୁ ୧୦ ହଜାର ଟଙ୍କା ଲେଖାଁଏ ପ୍ରଦାନ କରାଯିବ।

ସେହିଭଳି ର୍ନିଦ୍ଧାରିତ ସମୟରେ ମୋ ସ୍କୁଲରେ ପ୍ରକଳ୍ପଗୁଡ଼ିକୁ ଶେଷ କରିବାକୁ ବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ ପରେ ‘ମୋ ସ୍କୁଲ୍‌ ଅଭିଯାନ’ ଅନ୍ତର୍ଗତ ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମ ପ୍ରତି ପୁରାତନ ଛାତ୍ରଛାତ୍ରୀ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ଅପ୍ରତ୍ୟାଶିତ ଆଗ୍ରହ ପ୍ରକାଶ ପାଇଛି। ରାଜ୍ୟରେ ସମସ୍ତ ଜିଲ୍ଲାର ୩୩ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍‌ ‘ମୋ ସ୍କୁଲ୍‌ ଅଭିଯାନ’ରେ ସାମିଲ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।…

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.