ରାଜ୍ୟ

କରୋନା ଲଢ଼େଇ ଭିତରେ ଗ୍ରୀନ ଜୋନରେ ଥିବା ବୌଦ୍ଧ ଜିଲ୍ଲାକୁ ଫେରିବେ ପାଖାପାଖି ୭ ହଜାରରୁ ଅଧିକ ପ୍ରବାସୀ ଓଡ଼ିଆ

ବୌଦ୍ଧ: କରୋନା ଲଢ଼େଇ ଭିତରେ ଗ୍ରୀନ ଜୋନରେ ଥିବା ବୌଦ୍ଧ ଜିଲ୍ଲାକୁ ଫେରିବେ ପ୍ରବାସୀ ଓଡ଼ିଆ । ପାଖାପାଖି ୭ ହଜାରରୁ ଅଧିକ ଶ୍ରମିକ ବାହାର ରାଜ୍ୟରେ ଫସି ରହିଛନ୍ତି । ଲକଡାଉନ ପାଇଁ ଜିଲ୍ଲା ବାହାରେ ତଥା ରାଜ୍ୟ ବାହାରେ ଅଟକି ରହିଥିବା ବୌଦ୍ଧ ଜିଲ୍ଲାବାସୀ ଘରକୁ ଫେରିବାକୁ ଚାହୁଁଛନ୍ତି । ଏଥିପାଇଁ ଜିଲ୍ଲାର ସମସ୍ତ ୮୪ଟି ପଞ୍ଚାୟତରେ ଜାରି ରହିଛି ରେଜିଷ୍ଟ୍ରେସନ ।

ବର୍ତ୍ତମାନ ସୁଦ୍ଧା ୪ ହଜାରରୁ ଅଧିକ ଲୋକ ନାମ ପଞ୍ଜିକୃତ କରିସାରିଥିବା ଜଣାପଡ଼ିଛି । ଜିଲ୍ଲା ଫେରନ୍ତାଙ୍କୁ ୧୪ ଦିନ କ୍ୱାରେଣ୍ଟାଇନରେ ରଖାଯାଇ ଡାକ୍ତରୀ ମାଇନା ସହ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି । ଜିଲ୍ଲା ବାହାରୁ ଫେରିଥିବା ୩ ହଜାର ୧୫ ଜଣଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇ ପଠାଯାଇଥିବା ବେଳେ ଏବେ ୫୧୨ ଜଣଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି । କରୋନା ଯେପରି ଜିଲ୍ଲାକୁ ପ୍ରବେଶ ନକରେ ସେଥିପ୍ରତି ଜିଲ୍ଲା ପ୍ରଶାସନ ସଜାଗ ରହିଥିବା କହିଛନ୍ତି ଜିଲ୍ଲାପାଳ ।

 

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

6 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

8 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

9 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

10 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

10 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

11 hours ago