ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢଉ: ୧୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କନ୍ଧମାଳ(କେନ୍ଯୁଜ୍): ୧୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢଉ । ଫିରିଙ୍ଗିଆ ଥାନା ଅନ୍ତର୍ଗତ ନୂଆପଦର ପଞ୍ଚାୟତ ରବିଙ୍ଗିଆ ଓ କାଟାପାଙ୍ଗା ସ୍ଥିତ ଜଙ୍ଗଲରେ ଚଢଉ କରାଯାଇଥିଲା ।

ଜଙ୍ଗଲର ୧୪୭ ଏକର ଜମିରେ ଚାଷ ହୋଇଥିବା ବେଆଇନ ଗଞ୍ଜେଇ ଗଛ କାଟି ପୋଡି ନଷ୍ଟ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୧୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଫିରିଙ୍ଗିଆ ଥାନା ଅଧିକାରୀଙ୍କ ସୂଚନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.