ରାଜ୍ୟ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଆଜିଠୁ ସକାଳୁଆ ସ୍କୁଲ୍, ପର୍ଯ୍ୟାପ୍ତ ଓଆରଏସ୍‌ ମହଜୁଦ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସକାଳୁଆ ସ୍କୁଲ । ଆଜିଠୁ ସ୍କୁଲ ପାଠପଢ଼ା ସମୟ ବଦଳିଛି । ନବମ ଓ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ପାଠପଢା ହେଉଛି । ପୂର୍ବରୁ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସକାଳ ସାଢ଼େ ୮ଟାରୁ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା ହେଉଥିଲା ।

ସେହିପରି ଦଶମ ଓ ଦ୍ୱାଦଶ ପାଇଁ ସକାଳ ୯ଟାରୁ ଦିନ ଗୋଟାଏ ଯାଏଁ ପାଠପଢା ହେବ । ପୂର୍ବରୁ ସକାଳ ୧୧ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ପାଠ ପଢା ହେଉଥିଲା । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସେହିପରି ସ୍କୁଲରେ ପର୍ଯ୍ୟାପ୍ତ ଓଆରଏସ୍‌ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Sonalisa

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

11 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

19 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

25 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

34 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

36 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

43 mins ago