Below header

ବୀର ଯବାନଙ୍କୁ ସଲାମ, ଓଡ଼ିଶାରେ ପହଞ୍ଚିଲା ଦୁଇ ସହିଦଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର(କେନ୍ୟୁଜ୍) : ଭୁବନେଶ୍ୱରରେ ପହଞ୍ଚିଲା ସହିଦ ଓଡିଆ ଯବାନଙ୍କ ପାର୍ଥିବ ଶରୀର । ଜାମ୍ମୁ ଓ କାଶ୍ମୀରର ପୁଲଓ୍ଵାମାରେ ଆତଙ୍କବାଦୀ ଆକ୍ରମଣରେ ସିଆରପିଏଫ ଯବାନ ପ୍ରସନ୍ନ ସାହୁ ଓ ମନୋଜ ବେହେରା ସହିଦ ହୋଇଥିଲେ। ଦିଲ୍ଲୀରୁ ଏକ ସ୍ୱତନ୍ତ୍ର ବିମାନରେ ସେମାନଙ୍କ ପାର୍ଥିବ ଶରୀରକୁ ଅଣାଯାଇଥିଲା ବିମାନବନ୍ଦରରେ ଗାର୍ଡ ଅଫ୍ ଅନର୍ ଦିଆଯିବା ପରେ ପାର୍ଥିବ ଶରୀରକୁ ଯବାନ ଗାଁକୁ ନଆଯାଉଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ସହିଦଙ୍କ ମରଶରୀରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ନେତା ଓ ଜନତା ଶ୍ରଦ୍ଧାଞ୍ଜଳି ଯଣାଇଛନ୍ତି । ଜନ୍ମମାଟିରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର‌୍ୟ୍ୟାଦା ସହ ସହିଦଙ୍କ ଅନ୍ତିମ ସଂସ୍କାର କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.